ରାଜ୍ୟରେ ଆଉ ୪୮ କରୋନା ପଜିଟିଭ , ପୁଣି ସୁସ୍ଥ ହେଲେ ଆଉ ୮ କରୋନା ସଂକ୍ରମିତ , ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୬୭୨

Share on facebook Share on Twitter Share on Whatsapp Share on Linkedin

ଭୁବନେଶ୍ୱର ( ସ୍ୱସ୍ତିକ ବ୍ୟୁର ) ଆଜି ଆଉ ୪୮ ଜଣ କରୋନା ସଂକ୍ରମିତ ରାଜ୍ୟରେ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୬୭୨ରେ ପହଞ୍ଚିଛି । ବାଲେଶ୍ୱରରୁ ୧୨, ଭଦ୍ରକରୁ ୬, କଟକରୁ ୧, ଦେବଗଡ଼ରୁ ୧, ଗଞ୍ଜାମରୁ ୧୨, ଯାଜପୁରରୁ ୨, ନୟାଗଡ଼ରୁ ୩, ପୁରୀରୁ ୧୦ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଗୋଟିଏ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ସେପଟେ ଆଉ ୮ ଜଣ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ୍ ୧୬୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ତେବେ ସୁସ୍ଥ ହୋଇଥିବା ୮ ଜଣଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ୪ ଜଣ, ଭଦ୍ରକ ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର ଜିଲ୍ଲାରୁ ଜଣେ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ରହିଛନ୍ତି । ସମସ୍ତେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି ।