ଆଜି ୨୬ଟି ଜିଲ୍ଲାରୁ ୫୨୭ ଜଣ ନୂଆ କରୋନା ରୋଗୀ ଚିହ୍ନଟ, ସର୍ବାଧିକ ଗଂଜାମ ଜିଲ୍ଲାରୁ ୨୧୫ ଜଣ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର ( ସ୍ୱସ୍ତିକ ବ୍ୟୁର ) ଆଜି ପୁଣି ରାଜ୍ୟରେ ୫୨୭ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ଭିତରୁ ୩୩୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି ଏବଂ ବାକି ୧୮୯ ଜଣ ଆକ୍ରାନ୍ତ ହେଉଛନ୍ତି ସ୍ଥାନୀୟ ଅଂଚଳର । ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ୬୨୪କୁ ବୃଦ୍ଧି ପାଇଛି l ତେବେ ୫୨୭ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ୨୬ ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ଦୁଇ ଜଣ, ବଲାଙ୍ଗିରରୁ ୨୧, କଟକରୁ ୧୭, ଢ଼େଙ୍କାନାଳରୁ ଜଣେ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୨୧୫ ଜଣ, ଜଗତସିଂହପୁରରୁ ୪, ଯାଜପୁରରୁ ୨୫, ଝାରସୁଗୁଡ଼ାରୁ ୪, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୫୦, କୋରାପୁଟରୁ ୬, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୧୦, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୧୮, ନୂଆପଡ଼ାରୁ ୪, ପୁରୀରୁ ୧୬, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ଜଣେ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୬୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୭୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେସୁଦ୍ଧା ରାଜ୍ୟରେ ୩୦୮୬୯୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।