ପୁଣି ରାଜ୍ୟକୁ ଫେରିଲା ଲକଡାଉନ୍ : ସାରା ରାଜ୍ୟରେ ୧୪ ଦିନିଆ ଲକଡାଉନ୍ : ଜାଣନ୍ତୁ କ’ଣ ରହିବ ଖୋଲା ଓ କ’ଣ ବନ୍ଦ
ଭୁବନେଶ୍ୱର : ( ସ୍ୱସ୍ତିକ ବ୍ୟୁର )ରାଜ୍ୟରେ ଆସନ୍ତା ୫ ତାରିଖରୁ ୧୪ ଦିନିଆ ଲକଡାଉନ୍ ଲାଗୁ ହେବ । ୧୯ ତାରିଖ ଯାଏଁ ବଳବତ୍ତର ରହିବ ଲକଡାଉନ୍ କଟକଣା । ମେ ୫ ତାରିଖ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରାଯାଇଛି ଏହି ସମୟରେ ଜରୁରୀ ସେବାକୁ ଛାଡିଦେଲେ ସବୁ କିଛି ବନ୍ଦ । ଜରୁରୀ କାମ ନଥିଲେ ଘର ନବାହାରିବାକୁ ପରାମର୍ଶ ଦିଆଯାଇଛି । ସମସ୍ତ ଦୋକାନ ବଜାର ଓ ପ୍ରତିଷ୍ଠାନ ବନ୍ଦ ରହିବ । ତେବେ କଟକଣା ସମୟରେ ସମସ୍ତ ମେଡିକାଲ, କ୍ଲିନିକ୍, ନର୍ସିଂ, ହୋମ୍, ମେଡିସିନ୍ ଷ୍ଟୋର ଆଦି ଖୋଲା ରହିବ । ରେଳ ଓ ବିମାନ ସେବା ମଧ୍ୟ ଜାରି ରହିବ । ଏହି ସମୟରେ ରାସନ, ପରିବା ଓ କ୍ଷୀର ଦୋକାନ ଖୋଲା ରହିବ । ପ୍ରତିରକ୍ଷା, କେନ୍ଦ୍ରୀୟ ଫୋର୍ସ, ଟ୍ରେଜେରୀ, ପୋଷ୍ଟାଲ ସେବା, ଟେଲିକମ୍ ସେବା, ଆଇଏମଡି, ଏନଆଇସି, ଜିଏସଟି ଅଫିସ୍ ଖୋଲା ରହିବ । ସେହିପରି ପୋର୍ଟ, ଏୟାରପୋର୍ଟ ଅଳ୍ପ କର୍ମଚାରୀରେ ଚାଲିବ । ଗଣମାଧ୍ୟମ ଅଫିସ୍, ଜଳ ଯୋଗାଣ, ଏଟିଏମ, ଅଗ୍ନିଶମ ଅଫିସ୍, ବିଜୁଳି ଯୋଗାଣ ସେବା, ଆଦି ଖୋଲାରହିବ । ମେଡିସିନ୍ ଦୋକାନ, ଆମ୍ବୁଲାନ୍ସ, କ୍ଲିନିକ୍, ହସ୍ପିଟାଲ ଆଦି ଖୋଲା ରହିବ ।
ତେବେ ମାଛ, ମାଂସ ଅଣ୍ଡା, ଦୋକାନ ଖୋଲା ରହିବ । ହୋମ୍ ଡେଲିଭରୀ ହେବ । ସେହିପରି ଅନ୍ୟ ସମସ୍ତ ଅଫିସ୍, ଦୋକାନ ବଜାର, ବାଣିଜ୍ୟିକ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ, ଗମନାଗମନ ଓ ସାଧାରଣ ଚଳପ୍ରଚଳ ବନ୍ଦ ରହିବ ।
ସମସ୍ତ ପାନ ଦୋକାନ, ହଲ୍, ସପିଂ ମଲ୍ ଆଦି ବନ୍ଦ ରହିବ । କୋଚିଂ ସେଣ୍ଟର, ଶିକ୍ଷାନୁଷ୍ଠାନ, ଜିମ୍ ମଧ୍ୟ ବନ୍ଦ ରହିବ । ବସ୍ ଚଳାଚଳ ମଧ୍ୟ ବନ୍ଦ ରଖାଯିବ । ଅଟୋ ରିକ୍ସା, ସେଲୁନ, ସ୍ପା, ବିଇଟି ପାର୍ଲର, ମନ୍ଦିର ଆଦି ବନ୍ଦ ରହିବ